ପିଏମ୍ ଶ୍ରୀ ରାଜଲକ୍ଷ୍ମୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଥମ ବାର୍ଷିକ ଉତ୍ସବ

add-all

ଚିକିଟୀ : ଚିକିଟୀ ଗଡ଼ ସ୍ଥିତ ପିଏମ୍ ଶ୍ରୀ ରାଜଲକ୍ଷ୍ମୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀର ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମାମିନା ବେହେରାଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ଉତ୍ସବରେ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ମନୋରଞ୍ଜନ ଦ୍ୟାନ ସାମନ୍ତରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉକ୍ତ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ହରେକୃଷ୍ଣ ପଣ୍ଡା ମୁଖ୍ୟବକ୍ତା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ପ୍ରମୋଦ କୁମାର ନାୟକ, ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ନିଗମାନନ୍ଦ ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ତ୍ରିନାଥ ମଲ୍ଲିକ ଓ ଶ୍ରୀଯୁକ୍ତ ସିମାଞ୍ଚଳ ପଣ୍ଡା, ସ୍ଥାନୀୟ ସାଧନ କେନ୍ଦ୍ରର ସହ-ସଂଯୋଜକ ଶ୍ରୀଯୁକ୍ତ ଧର୍ମରାଜ ବେହେରା ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀମତୀ ସୁଷମା ଗୌଡ ପ୍ରମୁଖ ସମ୍ମାନୀତ ଅତିଥି ରୂପେ ମଞ୍ଚାସୀନ ହୋଇଥିଲେ।

ବ୍ଲକର ସମସ୍ତ ମାଧ୍ୟମିକ ବିଦ୍ୟାଳୟ ଓ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ, ଉକ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ, ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଭ୍ୟ ସଭ୍ୟା, ଅଭିଭାବକ ଅଭିଭାବିକା ଏବଂ ଛାତ୍ରୀମାନେ ଉପସ୍ଥିତ ଥିଲେ। ବିଧାୟକ ଶ୍ରୀଯୁକ୍ତ ମନୋରଞ୍ଜନ ଦ୍ୟାନ ସାମନ୍ତରା ଉପସ୍ଥିତ ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଉକ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ, ପରିଚାଳନା କମିଟିର ସଭ୍ୟ ସଭ୍ୟାମାନଙ୍କୁ ଉପଢୌକନ ପ୍ରଦାନ କରି ସମ୍ମାନୀତ କରିଥିଲେ। ମଞ୍ଚସ୍ଥ ଅତିଥିମାନଙ୍କ ଦ୍ୱାରା ଚାରୋଟି ହାଉସ୍, ବିଭିନ୍ନ ପ୍ରତିଯୋଗିତା ଓ ବାର୍ଷିକ ପରୀକ୍ଷାରେ କୃତୀ ଛାତ୍ରୀ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିବା ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ନିଗମାନନ୍ଦ ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଜଣାଇ ଥିଲେ । ବିଦ୍ୟାଳୟର ସହାୟକ ଶିକ୍ଷୟିତ୍ରୀ ଶ୍ରୀମତୀ କୁସୁମ କୁମାରୀ ବେହେରା ଓ ସହାୟକ ଶିକ୍ଷକ ଶ୍ରୀ ଅର୍ଜୁନ୍ ଜାନୀ ମଞ୍ଚ ପରିଚାଳନା କରିବା ସହିତ ସହକାରୀ ଶିକ୍ଷକ ଶ୍ରୀ ଶଙ୍କର ବେହେରା କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ସହଯୋଗରେ ଉତ୍ସବଟି ସୂଚାରୁ ରୂପେ ସମ୍ପାଦନ ହୋଇପାରିଥିଲା।

ad-week
Leave A Reply

Your email address will not be published.