୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

add-all

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ।

ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ। ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ। ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ।

ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏପ୍ରିଲ ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

ad-week
Leave A Reply

Your email address will not be published.