ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ଭୁବନେଶ୍ୱର : ଆଜି ଲୋକସେବା ଭବନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ଏହି ବୈଠକରେ ସ୍ପେନ ଏବଂ ଓଡିଶା ମଧ୍ୟରେ ସାଂସ୍କୃତିକ ଏବଂ ଅର୍ଥନୈତିକ ସମ୍ପର୍କକୁ ଆହୁରି ସୁଦୃଢ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।  ସ୍ପେନର ରାଷ୍ଟ୍ରଦୂତ କହିଥିଲେ ଯେ, ରିନିୱେବଲ୍ ଏନର୍ଜି, ମେଟାଲର୍ଜି, ବୟନଶିଳ୍ପ ଏବଂ ଅଟୋମୋବାଇଲ ଭଳି ପ୍ରମୁଖ କ୍ଷେତ୍ରରେ ଓଡିଶା ଓ ସ୍ପେନ ମଧ୍ୟରେ ଅଧିକ ସହଯୋଗ ହୋଇପାରିବ ।

ଆଲୋଚନାରୁ ଜଣା ଯାଇଛି ଯେ, ସ୍ପେନ ସହିତ ଅଧିକ ସହଭାଗୀତା ପାଇଁ ଦୁଇ ଦେଶ ମଧ୍ୟରେ ଶିଳ୍ପ, ପ୍ରଯୁକ୍ତିବିଦ୍ୟା ଏବଂ ସାଂସ୍କୃତିକ ସହଯୋଗର ଏକ ନୂତନ ଅଧ୍ୟାୟ ଆରମ୍ଭ କରାଯିବ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.