ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ ପୁଅ ବିଶାଳ ଦାସ ।

ଏନେଇ ବିଶାଳ ଦାସ ଗଣମାଧ୍ୟମକୁ କହିଛନ୍ତି ଯେ, ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଯାହା କହିବା କଥା ସବୁ କହି ସାରିଛୁ । ମାମଲାର ସିବିଆଇ ତଦନ୍ତ ପାଇଁ ଦାବି କରାଯାଇଛି । ମୁଖ୍ୟମନ୍ତ୍ରୀ ନ୍ୟାୟ ଦେବେ ବୋଲି ଭରସା ରହିଛି ।

ସୂଚନାଯୋଗ୍ୟ, ମାର୍ଚ୍ଚ ୧୯ ତାରିଖରେ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା ପାଇଁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ଏହି ଆଲୋଚନା ସମୟରେ ତାଙ୍କ ଝିଅ ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁଅ ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।

ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ଟିକ ନିକ କରି ତଦନ୍ତ କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।

nis-ad
Leave A Reply

Your email address will not be published.