ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିର ୫ ଘଣ୍ଟା ବନ୍ଦ

add-all

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।

ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରଠାରୁ ପୁଣି ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ହିଙ୍ଗୁଳ,ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି । ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ, ସେଗୁଡିକ ହେଲା କଳା, ଧଳା, ନାଲି ଓ ହଳଦିଆ । ଏଥିରୁ ଅଧିକାଂଶ ବନଜାତ ଦ୍ରବ୍ୟ । ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର କରାଯାଏ । ହରିତାଳ ଲାଲ ରଙ୍ଗ ପାଇଁ ଆବଶ୍ୟକ।

ad-week
Leave A Reply

Your email address will not be published.