ୟୁପିଏସ୍‌ସି ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଆଙ୍କ ସଫଳତା, ୪୮ତମ ସ୍ଥାନରେ ଓଡ଼ିଆ ଝିଅ ରିତିକା ରଥ

ଭୁ‌ବନେଶ୍ବର: ପ୍ରକାଶ ପାଇଛି କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ୍‌ ପରୀକ୍ଷା-୨୦୨୪ ର ଫଳ । ଏହି ପରୀକ୍ଷାରେ ଓଡ଼ିଆ ଝିଅ ରିତିକା ରଥ ୪୮ତମ ସ୍ଥାନ ହାସଲ କରିଛନ୍ତି। ସେହିପରି ଦେବିକା ପ୍ରିୟଦର୍ଶିନୀଙ୍କୁ ୯୫ତମ ରାଙ୍କ ମିଳିଥିବା ବେଳେ ୯୬ ତମ ସ୍ଥାନରେ ଅଛନ୍ତି ଆଦିତ୍ୟ ଆଚାର୍ଯ୍ୟ । ସେହିପରି ୧୬୪ରେ ଦୀପ୍ତି ରଂଜନ ପତି, ୧୭୫ରେ ରଶ୍ମୀ ପ୍ରଧାନ, ୧୯୩ରେ ନୀଳମାଧବ ପ୍ରଧାନ, ୧୯୮ରେ ଆଶୁତୋଷ ମିଶ୍ର ଓ ୨୧୨ ରାଙ୍କ୍‌ରେ ଅନୁପ ନାୟକ ରହିଛନ୍ତି।

ତୃତୀୟ ଉଦ୍ୟମରେ ଆଇଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ରିତିକା ରଥ । ପ୍ରାୟ ୩ ବର୍ଷର ପରିଶ୍ରମ ପରେ ସଫଳତା ପାଇଛନ୍ତି । ମଧ୍ୟପ୍ରଦେଶର ଇନ୍ଦୋର ଆଇଏମ୍‌ରୁ ଡିଗ୍ରି ହାସଲ କରିବା ପରେ ୟୁପିଏସ୍‌ସି ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଥିଲେ । ବେଶୀ ସମୟ ସକାଳେ ପଢ଼ୁଥିଲେ । ବିଳମ୍ବିତ ରାତି ପର୍ଯ୍ୟନ୍ତ ପଢୁନଥିଲେ । ସାମାଜିକ ଗଣମାଧ୍ୟମ ଠାରୁ ଦୂରରେ ରହୁଥିଲେ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ରିତିକା ।

nis-ad
Leave A Reply

Your email address will not be published.