ଏପ୍ରିଲ ୨୪ ରେ ନୂଆ ରାସନ କାର୍ଡ ହେବ ବଣ୍ଟନ, ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁ‌ବନେଶ୍ବର: ଏପ୍ରିଲ ୨୪ ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ 5 ଲକ୍ଷ 90 ହଜାର ନୂଆ କାର୍ଡ ବାଣ୍ଟିବେ ସରକାର । ଜିଲ୍ଲାପାଳ ମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ଦିଆଯାଇଛି ନିର୍ଦ୍ଦେଶ । ଅନ୍ୟପଟେ ଏବେ ବି 25 ଲକ୍ଷ ହିତାଧିକାରୀ ekyc କରିନାହାନ୍ତି । ସେମାନଙ୍କୁ ଯାଞ୍ଚ କରିବା ପାଇଁ ଅଫିସରମାନଙ୍କୁ ଫିଲ୍ଡ ଭିଜିଟ କରି ରିପୋର୍ଟ ଦେବାକୁ କୁହାଯାଇଛି । ରିପୋର୍ଟ ଆସିବା ପରେ କେଉଁ ହିତାଧିକାରୀ ଅଛନ୍ତି, କିଏ ନାହାନ୍ତି, କଟାଯିବ । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏ ନେଇ ସୂଚନା ଦେଇଛନ୍ତି ।

nis-ad
Leave A Reply

Your email address will not be published.