ପାକିସ୍ତାନ ବିରୋଧରେ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ, ସିନ୍ଧୁ ଜଳଚୁକ୍ତି ରଦ୍ଦ, ବନ୍ଦ ହେଲା ଅଟାରୀ ସୀମା

add-all

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି ।

ବୁଧବାର ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି (ସିସିଏସ) ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ବୈଠକ ପରେ କେନ୍ଦ୍ର ବୈଦେଶିକ ସଚିବ ବିକ୍ରମ ମିସ୍ରି ସରକାରଙ୍କ ନିଷ୍ପତ୍ତି ସଂପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସିସିଏସ ବୈଠକରେ ନିଆଯାଇଥିବା ଆଉ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସରକାର ପାକିସ୍ତାନୀ ନାଗରିକମାନଙ୍କୁ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କର ଭିସା ବାତିଲ କରାଯାଇଛି।

ସାର୍କ ଅଧୀନରେ ଭିସା ସୁବିଧା ମଧ୍ୟ ଉଚ୍ଛେଦ କରାଯାଇଛି। ଏହା ବ୍ୟତୀତ ସିନ୍ଧୁ ଜଳ ଚୁକ୍ତିନାମା ଅନୁଯାୟୀ ଭାରତ ପାକିସ୍ତାନକୁ ପାଣି ଯୋଗାଣ ବନ୍ଦ କରିଦେଇଛି। ଏହା ସହିତ, ଭାରତ ପାକିସ୍ତାନରୁ ଏହାର କୂଟନୀତିଜ୍ଞଙ୍କୁ ଫେରାଇ ନେଉଛି ଓ ପାକିସ୍ତାନୀ ଉଚ୍ଚାୟୁକ୍ତଙ୍କୁ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ad-week
Leave A Reply

Your email address will not be published.