ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ

add-all

ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ ।  ଜୟବିଜୟ ଦ୍ୱାର ନିକଟରେ କେହି ବାନ୍ତି କରି ଦେବାରୁ ବଡ ମହାସ୍ନାନ ନୀତି ପାଇଁ  ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ କେହି ଭକ୍ତ , ସେବାୟତ ଅବା ଯେକିହି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବସତ ଶରୀରରୁ ରକ୍ତ ପଡିଲେ, ବାନ୍ତି କରିଦେଲେ

ଏବଂ ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ମହାପ୍ରଭୁଙ୍କର ବଡ଼ ମହାସ୍ନାନ କରାଯାଇଥାଏ ।  ଆଜି କେହି ବାନ୍ତି କରିଦେଇଥିବା ବେଳେ ମହାସ୍ନାନ କରାଯାଇଛି । ତେବେ ମହାସ୍ନାନ ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କର ଦର୍ଶନ କରିପାରିବେ ଭକ୍ତ ।

ad-week
Leave A Reply

Your email address will not be published.