କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ । ଗୃହ ବିଭାଗର ପରବର୍ତ୍ତୀ ନିର୍ଦ୍ଦେଶ ପରେ ପଦକ୍ଷେପ ଗ୍ରହଣ କରିବ ପୋଲିସ ।
ସେହିପରି ଭୁବନେଶ୍ବରରେ ମଧ୍ୟ ଜଣେ ପାକିସ୍ତାନୀ ମହିଳା ରହୁଥିବାର ସୂଚନା ମିଳିଛି । ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ଵରରେ ରହୁଛନ୍ତି ପାକିସ୍ତାନୀ ମହିଳା । ତେବେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କ ଭିସା ଅବଧି ୨୦୨୪ରେ ଶେଷ ହୋଇଯାଇଛି । ଯେଉଁଥିପାଇଁ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ଲାଗି exit permit ପାଇଁ କମିଶନରେଟ ପୋଲିସ ନିକଟରେ ଆବେଦନ କରିଥିଲେ । କିନ୍ତୁ ତାଙ୍କ ଆବେଦନ ପଡ଼ି ରହିଥିଲା । ଏବେ ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ଯ ଭୁବନେଶ୍ବର ଛାଡି ଯିବା ପାଇଁ ପୋଲିସ ନୋଟିସ କରିଛି । ସେହିପରି ପାକିସ୍ତାନର ଅନ୍ୟ ଜଣେ ହିନ୍ଦୁ ମହିଳା ଓଡ଼ିଶାରେ ଦୀର୍ଘ ମିଆଦି ଭିସାରେ ରହୁଥିବା ଯାଞ୍ଚରୁ ଜଣାପଡ଼ିଛି । ଓଡ଼ିଶାର ଜଣେ ହିନ୍ଦୁଙ୍କୁ ସେ ବିବାହ କରିଛନ୍ତି । ସେ ଭାରତର ନାଗରିକତ୍ବ ମଧ୍ୟ ଗ୍ରହଣ କରିଛନ୍ତି ।
