ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

add-all

ବ୍ରହ୍ମପୁର : ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଘଟିଛି ଲଜ୍ଜାଜନକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍‌ ଚଳାଇଛି।

ଗତ ୧୮ ତାରିଖରୁ ଚାଲିଥିବା ଯାତ୍ରା ଦେଖିବାକୁ ଶିଶୁକନ୍ୟା ଜଣକ ମା’ ସହ ଅଜା ଘର ଗାଁକୁ ଆସିଥିଲେ। ଶୁକ୍ରବାର ସନ୍ଧ୍ୟାରେ ଶିଶୁକନ୍ୟା ଜଣକ ଘର ନିକଟରେ ସାଙ୍ଗସାଥୀଙ୍କ ସହ ଖେଳୁଥିବା ବେଳେ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ଏନେଇ ଯାତ୍ରା କମିଟି ପକ୍ଷରୁ ମାଇକ ଯୋଗେ ସୂଚନା ଦିଆଯାଇଥିଲା।ପରେ ପାଟପୁର ଥାନାକୁ ନିଖୋଜ ସମ୍ପର୍କରେ ଖବର ଦିଆଯିବା ପରେ ପାଟପୁର ପୋଲିସ ଟିମ୍‌ ଗାଁରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିଲେ।

ପରିବାର ଲୋକେ ରାତି ସାରା ଗ୍ରାମବାସୀଙ୍କ ସହାୟତାରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଗ୍ରାମର କିଛି ବ୍ୟକ୍ତି ଶନିବାର ସକାଳେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟ ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟରୁ ଶିଶୁକନ୍ୟାଙ୍କ ମୃତଦେହ ଦେଖିଥିଲେ। ପାରିପାର୍ଶିକ ସ୍ଥିତିରୁ ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ପରିତ୍ୟକ୍ତ ଘରେ ଫିଙ୍ଗିଦେଇଥିବା ସନ୍ଦେହ ବଢୁଛି ।

ଏନେଇ ପାଟପୁର ଥାନା କୁ ଖବର ଦିଆଯାଇଥିଲା। ଆଇଆଇସି ଦୀପ୍ତିରଞ୍ଜନ ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ଆସିକା ଏସଡିପିଓ ସନ୍ତୋଷ କୁନାର ଜେନା ଛତ୍ରପୁରରୁ ଆସିଥିବା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ ସ୍କ୍ବାର୍ଡ ଦାରା ତଦନ୍ତ ପରେ ଶିଶୁକନ୍ୟାଙ୍କୁ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ କେଉଁ ପରିସ୍ଥିତିରେ ମୃତ୍ୟୁ ହୋଇଛି ।

ad-week
Leave A Reply

Your email address will not be published.