ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ; ଦୀଘା ଜଗନ୍ନାଥ ମନ୍ଦିର ପୂଜାରେ ଯୋଗଦେବାକୁ ମନା

add-all

ପୁରୀ: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ପୁଷ୍ପାଳକ ନିଯୋଗ ପକ୍ଷରୁ ସମସ୍ତ ପୁଷ୍ପାଳକ ସେବକଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି ।

ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ଶନିବାର ଏହି ନିର୍ଦ୍ଦେଶ ଜାରି କରାଯାଇଛି। ନିକଟରେ ସୁଆର ମହାସୁଆର ସେବକଙ୍କୁ ମଧ୍ୟ ବାସନ୍ଦ ପାଇଁ ଚେତାବନୀ ହୋଇଥିଲା। ଦୀଘା ମନ୍ଦିର ପ୍ରତିଷ୍ଠାରେ ରୋଷ କାର୍ଯ୍ୟରେ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି।

ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା ୩୦ ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ମମତା ବାନାର୍ଜୀ ଡିସେମ୍ବର ୨୦, ୨୦୧ ୮ ମସିହାରେ ଦୀଘାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଭଳି ଏଠାରେ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ ବୋଲି ଉଚ୍ଚ ପ୍ରଶାସନିକ ବୈଠକରେ ଘୋଷଣା କରିଥିଲେ । ୨୦୨୨ ମସିହାରେ ପ୍ରଥମେ ଜଗନ୍ନାଥ ମନ୍ଦିର ନିର୍ମାଣ ନିମନ୍ତେ ବଙ୍ଗ ସରକାର ୨ ଶହ କୋଟି ଟଙ୍କା ଅର୍ଥ ମଞ୍ଜୁର କରି ଖୁବଶୀଘ୍ର ମନ୍ଦିର ନିର୍ମାଣ କରିବାକୁ ନିର୍ଦେଶ ଦେଇଥିଲେ ।

ad-week
Leave A Reply

Your email address will not be published.