ପାପଡ଼ାହାଣ୍ଡିବ୍ଲକ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

add-all

ନବରଙ୍ଗପୁର : ଆଜି ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଭାରପ୍ରାପ୍ତ ବି ଡି ଓ ମନୋଜ ପାଣିଗ୍ରାହୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୬୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଚିହ୍ନଟ ୬ ଜଣ ଦିବ୍ୟାଙ୍ଗ ଙ୍କୁ ହୁଈଲ ଚେୟାର ପ୍ରଦାନ କରାଯାଇଥିଲା।

ad-week
Leave A Reply

Your email address will not be published.