ଅଖିମୁଠି ଅନୁକୂଳ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର : ପବିତ୍ର ଅକ୍ଷୟ ତୃତୀୟା ଦିନ ଅଖିମୁଠି ଅନୁକୂଳ କରାଯିବାର ପରମ୍ପରା ରହିଛି। ଆଜି ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ଗ୍ରାମର କୃଷି ବିଜ୍ଞାନ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି।
ଏହି ଅବସରରେ ଇସ୍ପାତ, ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ମଧ୍ୟ ଉପସ୍ଥିତ ଥିଲେ। ସେ ସେଠାରେ ଜମିରେ ହଳଲଙ୍ଗଳ ଧରି ହଳ କରିଥିଲେ। ସେ କହିଛନ୍ତି, ଅକ୍ଷୟ ତୃତୀୟା ଦିନକୁ ଚାଷୀ ଅପେକ୍ଷା କରିଥାନ୍ତି। ମୁଁ ବି ଜଣେ ଚାଷୀ। ବହୁଦିନ ପରେ ମୋତେ ହଳ କରିବାର ସୁଯୋଗ ମିଳିଛି।
ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କରିଛନ୍ତି। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଏକାମ୍ର ବିଧାୟକ ବାବୁ ସିଂହ ପ୍ରମୁଖ ଉପସ୍ଥିତ ଅଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ଜମିରେ ହଳଲଙ୍ଗଳ ଧରି ହଳ ବି କରିଥିଲେ।
ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏନେଇ ସେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। କୃଷି ଓ କୃଷକଙ୍କ ପାଇଁ ଅକ୍ଷୟ ତୃତୀୟା ପର୍ବ ସ୍ୱତନ୍ତ୍ର। ମହାପ୍ରଭୁଙ୍କ ଆଶୀର୍ବାଦରୁ ଆଜିର ଅକ୍ଷିମୁଠି ଅନୁକୂଳ ଶୁଭ ହେଉ। ଚଳିତ ବର୍ଷ ଭଲ ଫସଲ ଅମଳରେ ଚାଷୀ ଭାଇ, ଭଉଣୀଙ୍କ ଅମାର ପରିପୂର୍ଣ୍ଣ ହେଉ। ଏହି ପବିତ୍ର ଅବସରରେ ରାଜ୍ୟର ସମୃଦ୍ଧି ସହ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।

ad-week
Leave A Reply

Your email address will not be published.