ପାଣିପାଗ: ମେ ୭ ଯାଏଁ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ବର: ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କୁଆପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ ମଧ୍ୟ କୁୁ଼ହାଯାଇଛି।
ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ ଓ ରାୟଗଡ଼ା ଜିଲ୍ଲା ସାମିଲ ହୋଇଛି।
ସୂଚନାଯୋଗ୍ୟ, ଗତ କିଛି ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ କୁଆପଥର ବର୍ଷା ହେଇଛି। ରାଜ୍ୟବାସୀ ୪୫ ଡିଗ୍ରିର ତାତିରୁ ଆଶ୍ବସ୍ତି ପାଇଛନ୍ତି।

ad-week
Leave A Reply

Your email address will not be published.