ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା

add-all

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି।

ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲାର କିଛି ସ୍ଥାନରେ କୁଆପଥର ମାଡ ହୋଇପାରେ। ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଜି ସନ୍ଧ୍ୟାରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା/ବଜ୍ରପାତ ହୋଇପାରେ।

ସେହିପରି ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଜଗତସିଂପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡା ଏବଂ ଯାଜପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି/ବଜ୍ରପାତ ହେବାର ସମ୍ଭାବନା ରହିଛି।

ରାଜ୍ୟରେ ଆହୁରି ୩ଦିନ କାଳବୈଶାଖୀ ସମ୍ଭାବନା ରହିଛି। ଆସନ୍ତା ୬ ତାରିଖ ଯାଏ ଏଭଳି ପାଗ ରହିବ। ଆସନ୍ତାକାଲି ଉତ୍ତର ଓଡିଶା, ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ସେହିଭଳି ୪ ଓ ୫ ତାରିଖରେ କିଛିକିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହୋଇପାରେ। ଆଗାମୀ ୫ ଦିନ ମଧ୍ୟରେ ଦିନର ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ଏବଂ ପରବର୍ତ୍ତୀ ୨ ଦିନ ମଧ୍ୟରେ ଏହା ୨-୩°C ବୃଦ୍ଧି ପାଇବ।

ad-week
Leave A Reply

Your email address will not be published.