ରାଜା ଚକ୍ରର ଓକିଲଙ୍କ ନାଁରେ ମାନହାନୀ ମୋକଦ୍ଦମା ଦାୟର କଲେ ମନମୋହନ ସାମଲ

ବାଲେଶ୍ବର: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା । ମକଦ୍ଦମା ଦାଏର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜା ଚକ୍ରଙ୍କ ଓକିଲ ସିତାଂଶୁ ଦ୍ବିବେଦୀଙ୍କ ନାଁରେ ମକଦ୍ଦମା । ବାଲେଶ୍ବର ଏସଡିଜିଏମ୍‌ଙ୍କ କୋର୍ଟରେ ମକଦ୍ଦମା ହେଲା ଦାଏର । ସିତାଂଶୁ ଦ୍ବିବେଦୀଙ୍କ ବୟାନ ଉପରେ ମାନହାନୀ ମକଦ୍ଦମା ଦାୟରକ କଲେ ମନମୋହନ ।

ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ । ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ର ସମେତ ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଛି । ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ଶୁକ୍ରବାର ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ସୂଚନା ମିଳିଛି ।

ତେବେ କେନ୍ଦୁଝର ଶୁଆକାଟି ସ୍ଥିତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଏକ ପ୍ରେସମିଟ୍ ଜରିଆରେ ଏନେଇ ସୂଚନା ଦେଇଥିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି । ୨୦୧୭-୧୮ ମସିହାରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି ।

nis-ad
Leave A Reply

Your email address will not be published.