ଭୁବନେଶ୍ୱର : ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି । ରାଜା ଚକ୍ରଙ୍କ କ୍ରସର ୟୁନିଟ ଓ ଅନ୍ୟ ଜାଗାରେ STFର ଚଢ଼ାଉ । କେନ୍ଦୁଝର ଓ ଆଖପାଖ ଅଞ୍ଚଳରେ STFର ସ୍ବତନ୍ତ୍ର ଟିମ୍ ଚଢ଼ାଉ କରୁଛି। ରାଜା ଚକ୍ରଙ୍କ ସମ୍ପତ୍ତି ଆଟାଚ ହେବା ନେଇ ଏସଟିଏଫ୍ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ । ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ରାଜା ଚକ୍ର ସମେତ ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଛି । ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ଶୁକ୍ରବାର ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ସୂଚନା ମିଳିଛି ।
ତେବେ କେନ୍ଦୁଝର ଶୁଆକାଟି ସ୍ଥିତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ।
