ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

add-all

ନବରଙ୍ଗପୁର : ଆଜି ପୌରପାଳିକା ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୫୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୫ ଟି ଅଭିଯୋଗର ସମାଧାନ ତତ୍ କ୍ଷଣାତ କରାଯାଇଥିଲା । ସାମାଜିକ ସୁରକ୍ଷା ବିଭାଗ ତରଫରୁ ଜଣେ ଛୋଟ ବ୍ୟବସାୟୀ ଅଶୋକ ଗୁପ୍ତାଙ୍କ ୧ ଲକ୍ଷ ଟଙ୍କା ର ଡି ଆର୍ ଆଇ ଋଣ ଅନୁମୋଦନ ହୋଇ ପ୍ରଦାନ କରାଯାଇଥିଲା।

ad-week
Leave A Reply

Your email address will not be published.