ଏସବୁ ଜିଲାରେ ବର୍ଷିବ ; ୨ ଦିନ ପରେ ପୁଣି ଫେରିବ ତାତି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା କାରଣରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । କାଳବୈଶାଖୀ ବର୍ଷା ପାଇଁ ବୁଧବାର ପାଇଁ ୨୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆଜି ପାଇଁ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ମୟୁରଭଞ୍ଜ, କେନ୍ଦୁଝରକୁ ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଏହାସହ ଆଗାମୀ ୨ ଦିନ ପରେ ପୁଣି ଫେରିବ ତାତି । ଦୁଇ ଦିନ ପରେ ପାରଦ ଉପରମୁହାଁ ହେବା ସହ ଦିନରେ ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

nis-ad
Leave A Reply

Your email address will not be published.