ଯୁବକଙ୍କ ମୃତଦେହ ଉଦ୍ଧାର

add-all


ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ସାରୁ ଗ୍ରାମର ଏକ ଘର ଭିତରୁ ବୁଧବାର ହିଞ୍ଜିଳି ପୁଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ସାରୁ ଗ୍ରାମର ବୁଲୁ ସେଠି (୪୫) । ପ୍ରକାଶ ଯେ, ବୁଲୁ ପ୍ରତିଦିନ ପରି ମଙ୍ଗଳବାର ରାତିରେ ଘରେ ରାତ୍ର ଭୋଜନ ସାରି ଘର ଭିତରେ ଶୋଇଥିଲେ । ବୁଧବାର ସକାଳେ ପରିବାର ଲୋକେ ତାଙ୍କୁ ନିଦରୁ ଉଠାଇଥିଲେ ମଧ୍ୟ ସେ ଉଠିନଥିଲେ। ପରିବାର ଲୋକେ ତାଙ୍କୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ହିଞ୍ଜିଳି ପୁଲିସ ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ମୃତଦେହକୁ ଜବତ କରିଛି। ଏ ନେଇ ହିଞ୍ଜିଳି ଥାନାରେ କେସ ନମ୍ବର ୮/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚଳାଇଛି। ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିନାହିଁ। ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିବ ବୋଲି ହିଞ୍ଜିଳି ଥାନା ଆଇଆଇସି ଶ୍ରୀନିବାସ ସେଠି କହିଛନ୍ତି।

ad-week
Leave A Reply

Your email address will not be published.