
ଭୁବନେଶ୍ବର: ଆହୁରି ଅଧିକ ସଶକ୍ତ ହେବ ଏନସିସି । ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ । ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।
ମନ୍ତ୍ରୀଙ୍କ କହିଛନ୍ତି, ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ ଦିଆଯିବ । ବାହ୍ୟ ଶକ୍ତି କିମ୍ବା ଅନ୍ତଃ ଶକ୍ତି ମୁକାବିଲା ପାଇଁ ଏହି ପ୍ରଶିକ୍ଷଣ ଦିଆଯିବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏପରି ପଦକ୍ଷେପ ନିଆଯିବ । ଏଥିରେ ସାମରିକ, ଅର୍ଦ୍ଧସାମରିକ, ପୋଲିସ ସେବାରେ ନିୟୋଜନ ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରାଯିବ । ଏନିସିସି ଛାତ୍ରଛାତ୍ରୀଙ୍କୁ ସାମରିକ, ଅର୍ଦ୍ଧସାମରିକ, ପୋଲିସ ସେବାରେ ନିୟୋଜନ ପାଇଁ ତାଲିମ ଦିଆଯିବ । ଦେଶ ସେବା ପାଇଁ ‘ସୁଯୋଗ ସୃଷ୍ଟି ସହ ଏନସିସିକୁ ଆହୁରି ସଶକ୍ତ କରାଯିବ । ନୂଆ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନରେ ଏଥିପାଇଁ ଏକ ସ୍ୱତନ୍ତ୍ର କ୍ଲଜ ଅଛି । ସଦ୍ୟତମ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଚିନ୍ତାମଧ୍ୟରେ କିଛି ଏପରି ସୂଚନା ରଖିଛନ୍ତି ମନ୍ତ୍ରୀ ।
ସେପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ପାଇଁ ଯୁବପିଢିଙ୍କୁ ଆହ୍ବାନ ଦେଇଛନ୍ତି । ଏନେଇ ନିଜ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ । ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଏଥିପାଇଁ ଜାତୀୟତାର ମନୋଭାବ ରଖି ବେସାମରିକ ସୁରକ୍ଷାବା ସିଭିଲ୍ ଡିଫେନ୍ସ ସଙ୍ଗଠନରେ ସ୍ୱେଚ୍ଛାସେବୀ ଭାବେ ଯୋଗ ଦେବାପାଇଁ ମୁଁ ଜନ ସାଧାରଣଙ୍କୁ, ବିଶେଷକରି ଯୁବ ସମାଜକୁ ଆହ୍ବାନ କରୁଛି ।
ଇଚ୍ଛୁକ ସ୍ୱେଚ୍ଛାସେବୀମାନେ ଜିଲ୍ଲା ସ୍ତରରେ ଜିଲ୍ଲାପାଳଙ୍କୁ ଆବେଦନ କରିପାରିବେ। ଜିଲ୍ଲାପାଳ ହେଉଛନ୍ତି ଜିଲ୍ଲା ବେସାମରିକ ସୁରକ୍ଷାର ନିୟନ୍ତ୍ରକ। ଏହି ସ୍ୱେଚ୍ଛାସେବୀ ମାନଙ୍କୁ ପ୍ରଶିକ୍ଷିତ କରାଯିବ । ଆବଶ୍ୟକ ହେଲେ, ସେବା ଓ ଜାତୀୟତାର ମନୋଭାବ ରଖି ସେମାନେ ଜନସାଧାରଣଙ୍କୁ ସେବା ଯୋଗାଇଦେବେ । ଆମ ରାଜ୍ୟର ୧୨ଟି ସ୍ଥାନରେ ସଭିଲ୍ ଡିଫେନ୍ସର ସଙ୍ଗଠନ କାର୍ଯ୍ୟ କରୁଛି ।