
ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।
ଆଇଏମଡିର ସୂଚନାନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିର୍ଦ୍ଦିଷ୍ଟ ଅଞ୍ଚଳଗୁଡ଼ିକୁ ମୌସୁମୀର ଅଗ୍ରଗତି ପାଇଁ ବାୟୁମଣ୍ଡଳ ଏବଂ ଅନ୍ୟାନ୍ୟ ପରିସ୍ଥିତି ଅତ୍ୟନ୍ତ ଅନୁକୂଳ ରହିଛି । ଫଳସ୍ୱରୂପ ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ ସହିତ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପର ଅନେକ ଅଂଶରେ ମଧ୍ୟମରୁ ପ୍ରବଳ ବର୍ଷା, ଝଡ଼ବର୍ଷା ଏବଂ ଝଡ଼ ପବନ ହେବାର ସମ୍ଭାବନା ରହିଛି । ଆଣ୍ଡାମାନ ଛୁଇଁବାର ଦୁଇ ସପ୍ତାହ ମଧ୍ୟରେ ମୌସୁମୀ କେରଳରେ ପହଞ୍ଚିପାରେ । ଜୁନ୍ ଦ୍ବିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଓଡ଼ିଶା ସ୍ପର୍ଶ କରିବ ବୋଲି ଆକଳନ କରାଯାଇଛି ।