ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ

add-all

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ। CHSE କାର୍ଯ୍ୟାଳୟରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ। କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇଛି। ଏଥିସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି।

ସିଏଚସିଇ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ପରୀକ୍ଷା ଫଳ ପୁସ୍ତିକା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉନ୍ମୋଚନ କରିଛନ୍ତି। ମୋଟ ପାସ ହାର ୮୨.୭୭ ପ୍ରତିଶତ ରହିଛି। ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଛି। ଝିଅଙ୍କ ପାସ ହାର ୮୭.୨୪ ପ୍ରତିଶତ ରହିଛି। ପରୀକ୍ଷାର୍ଥୀମାନେ ସେମାନଙ୍କର ରେଜଲ୍ଟ www.chseodisha.nic.in ଏବଂ orissaresults.nic.in ୱେବସାଇଟରେ ଜାଣିପାରିବେ।

ଏହା ସହ ପରୀକ୍ଷା ଫଳ ଘୋଷଣାର ଏକଘଣ୍ଟା ପରେ SAMS e-spaceରୁ ଅଧ୍ୟକ୍ଷ ଅଧ୍ୟକ୍ଷା ମାନେ ସେମାନଙ୍କ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଟାବୁଲେସନ ରେଜିଷ୍ଟର ପାଇପାରିବେ। ୩ ଲକ୍ଷ ୯୩ ହଜାର ୬୧୬ ଜଣ ପିଲାଙ୍କ ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ସୂଚନାଯୋଗ୍ୟ, ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ରେ ଶେଷ ହୋଇଥିଲା । ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି ।

ad-week
Leave A Reply

Your email address will not be published.