୧୬ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା : ମହିଳା ଭକ୍ତଙ୍କ ହୁଳହୁଳିରେ ପ୍ରକମ୍ପିତ

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ବୁଧବାର ୧୬ ଦିନରେ ନୂଆସାହି ସ୍ଥିତ ଭାର୍ଟିପଦା ପୂଜା କମିଟି ଅଞ୍ଚଳ କୁ ପରିଭ୍ରମଣ କରି ଆସିଥିଲେ l ଏହି ଅବସରରେ ସନ୍ଧ୍ୟା ଆଳତୀ ପରେ ପରେ ଏକ ବିରାଟ ପଟୁଆରରେ ଆଦିବାସୀ ଡାକୁଲ ନୃତ୍ୟ, ଦୁଲଦୁଲି, ସାହିଯାତ ମେଢ଼, ଅଘୋରୀ ନୃତ୍ୟ, ଓ ସଂକୀର୍ତ୍ତନ ଦଳର ବାଜା ବାଜଣା ରେ ଅସ୍ଥାୟୀ ପୀଠ ଠାରୁ ବାହାରି ଗାନ୍ଧୀ ଛକ, ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ, ରେଭିନ୍ୟୁ ବଙ୍ଗଳା, ଜଗନ୍ନାଥ ମନ୍ଦିର, ତ୍ରିବେଦୀ ପାର୍କ ଛକ, ବଜାର ଛକ, ପାଟଖଣ୍ଡା ମନ୍ଦିର ଓ ମାର୍କେଟ, ହାଟପଦା ମାର୍କେଟ, ପାଟଖଣ୍ଡା ସାହି ଛକ, ବସଷ୍ଟାଣ୍ଡ ସମ୍ମୁଖ ରାସ୍ତା, ବୁଡ଼ାଗୁଡା ରାସ୍ତା ଛକ, କାଥଲିକ ଚର୍ଚ୍ଚ ଛକ, ନୂଆସାହି ଛକ ଦେଇ ଭାର୍ଟିପଦା ସାହି ରେ ପ୍ରବେଶ କରି ସାହି ସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପରେ ପହଞ୍ଚି ଥିଲେ l ଉକ୍ତ ପୂଜା ମଣ୍ଡପ ରେ ପହଞ୍ଚିବା ପରେ ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ପରେ ସାହି ର ସମସ୍ତ ଭକ୍ତ ବିଶେଷ କରି ମହିଳା ଭକ୍ତ ମାନେ ଉପସ୍ଥିତ ରହି ମା’ ଙ୍କ ଶୁଭାଶ୍ରିବାଦ ଭିକ୍ଷା କରିଥିଲେ l ଶେଷରେ ଅନ୍ନ ପ୍ରସାଦ ବଣ୍ଟନ ର ବ୍ୟବସ୍ଥା କରାଯାଇଥିଲା l ଏକ ମାସ ଧରି ଚାଲିବାକୁ ଥିବା ଏହି ଯାତ୍ରା ଟାଉନର ଭିନ୍ନ ଭିନ୍ନ ସାହିରେ ପର୍ଦାର୍ପଣ କରିବେ l ଗୁରୁବାର ଦିନ ମା’ମାନେ ଅସ୍ଥାୟୀ ମଣ୍ଡପ ରେ ସମ୍ପୂର୍ଣ୍ଣ ବିଶ୍ରାମ ନେଇ ଭକ୍ତ ମାନଙ୍କୁ ଦର୍ଶନ ଦେବେ l ଶୁକ୍ରବାର ଦିନ ମା ‘ମାନଙ୍କ ଘଟ ଇଲେକ୍ଟ୍ରି ସାହି ଅଞ୍ଚଳ ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି l ଆଗାମୀ ଦିନରେ ହେବାକୁ ଥିବା ପ୍ରତ୍ୟେକ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତଙ୍କୁ ବେଶ ଖୋରାକ ଯୋଗାଉଛି l

ad-week
Leave A Reply

Your email address will not be published.