ସ୍ଥିତି ମୁକାବିଲା ପାଇଁ ସରକାର ପ୍ରସ୍ତୁତ, କୋଭିଡକୁ ନେଇ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ସଚିବଙ୍କ ପରାମର୍ଶ

add-all

ଭୁବନେଶ୍ବର : ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଜନସାଧାରଣଙ୍କୁ କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ କୌଣସି ସ୍ଥିତିର ମୁକାବିଲା ପାଇଁ ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି।
ସେ କହିଛନ୍ତି, ୨୦୨୦-୨୧ ମସିହାରେ କୋଭିଡ୍ ନିୟନ୍ତ୍ରଣ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ଦେଖାଯାଉଛି। ଏହି ରୋଗର ଭୟଭୟତାକୁ ପୂର୍ଣ୍ଣ ନିୟନ୍ତ୍ରଣରେ ରଖାଯାଇଛି। ଜନସାଧାରଣଙ୍କର ଟୀକାକରଣ ଏବଂ ନିରନ୍ତର ସରକାରୀ ପ୍ରଚେଷ୍ଠା ଯୋଗୁ ଓଡିଶାରେ କୋଭିଡ୍ ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛି।
ସେ ଆହୁରି ମଧ୍ୟ କହିଛନ୍ତି ଯେ କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ସାମ୍ନାକୁ ଆସୁଛି ଏବଂ ସେ ସବୁକୁ ନିର୍ଦ୍ଧାରିତ ପ୍ରୋଟୋକଲ ଅନୁଯାୟୀ ଚିକିତ୍ସା କରାଯାଉଛି। ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର ଏବଂ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ମାନକ ଅନୁସାରେ ଏହି କେସ ଗୁଡ଼ିକ ପୂର୍ବରୁ ଜଣାଥିବା ଅପେକ୍ଷାକୃତ ଧୀର ପ୍ରଜାତିର ଭୂତାଣୁ। ଏଗୁଡିକ ଅତି ଗୁରୁତର ରୋଗ ସୃଷ୍ଟି କରନ୍ତି ନାହିଁ। ଏହି ସବୁ କେସର ନିରୂପଣ ଏବଂ ଚିକିତ୍ସା ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

ad-week
Leave A Reply

Your email address will not be published.