
ଭୁବନେଶ୍ୱର : ଆସୁଛି ଲଘୁଚାପ,୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବାର ୨ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ବାଟ ଫିଟିବ । ତେବେ ପାଗ ଅନୁକୂଳ ସହ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି ।
ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୭ ଓ ୨୮ଏହି ଦୁଇଦିନ ରାଜ୍ୟର ରେ ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ କେନ୍ଦ୍ର। ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ସହ ଝଡି ପବନ ବହିବା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱର୍ଣିଂ । ମାଲକାନଗିରି, କୋରାପୁଟ,ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ 30 ରୁ 40 କିମି ବେଗରେ ବହିବ ଝଟକା ପବନ । ମୋଟ ୧୩ ଜିଲ୍ଲାକୁ ୟେଲୋ ୱର୍ଣିଂ ଜାରି କରିଛି କେନ୍ଦ୍ର । ଆସନ୍ତାକାଲି ୧୨ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର ମୟୂରଭଞ୍ଜ ରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱର୍ଣିଂ ଜାରି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ।