
ଭୁବନେଶ୍ୱର : ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ । ଜମି ଅଧିଗ୍ରହଣ ପ୍ରକ୍ରିୟା ମାସେ ଭିତରେ ସରିବ । ଡିସେମ୍ବର ସୁଦ୍ଧା ସରିବ ବାମ ଏବଂ ଡାହାଣ ପାରାଲାଲ ରାସ୍ତା କାମ । ଗତ ସରକାର ଅକ୍ଷମତା ପ୍ରଦର୍ଶନ କରିଥିଲେ ତାକୁ ଆଗକୁ ନେବାକୁ ନିଷ୍ପତ୍ତି ହୋଇଛି । ଜୟଦେବ ବିହାରରୁ ନନ୍ଦନକାନନ ଯାଏଁ ରାସ୍ତା ଟ୍ରାଫିକ ଲାଇଟ ହଟାଇ ଯେଉଁ ଟେକନୋଲୋଜି ବ୍ୟବହାର କରାଯିବ ସେ ନେଇ ପ୍ରକ୍ରିୟା ଆରମ୍ଭ ହେବ । ଭୁବନେଶ୍ୱର ସହରକୁ ଭିଡ଼ ମୁକ୍ତ କରିବାକୁ ଜୁନ 12ରେ ଏକାଧିକ ରାସ୍ତା ଏବଂ ପ୍ରକଳ୍ପର ଶିଳାନ୍ୟାସ ହେବ ସେସବୁ ପ୍ରକଳ୍ପର ମାସେ ଭିତରେ ଟେଣ୍ଡର ପ୍ରକ୍ରିୟା ସରିବ । ଅଢେଇ ରୁ 3 ବର୍ଷ ଭିତରେ ସମସ୍ତ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ।