ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୩୦ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

youtube

ହିନ୍ଦୋଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳିମାଡର ଶିକାର ହୋଇଥିଲେ ଫରେଷ୍ଟ ଗାର୍ଡ।

ମୃତକ ଜଣକ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜର କଇ ରିଜର୍ଭରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ(୩୭) ବୋଲି ଜଣାପଡିଛି। ଏହି ଘଟଣାରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ପାଟ୍ରୋଲିଂ କରୁଥିବାବେଳେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ସେ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ୩୦ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

ସୂଚନା ଅନୁଯାୟୀ, ଫରେଷ୍ଟ ଗାର୍ଡଙ୍କ ସହ ମୋଟ ୧୩ ଜଣ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀମାନେ ଗୁଳି ଚାଳନା କରିଥିଲେ। ଏହି ସମୟରେ ଫରେଷ୍ଟ ଗାର୍ଡ ପ୍ରହ୍ଲାଦଙ୍କ ପେଟରେ ଏକ ଗୁଳି ବାଜିଥିଲା। ଫଳରେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ ଗୁଳି ଚାଳନା ଅନ୍ୟ କର୍ମଚାରୀମାନେ ତୁରନ୍ତ ୪ ଶିକାରୀଙ୍କୁ କାବୁ କରିଥିଲ ବେଳେ ଅନ୍ୟ ଶିକାରୀମାନେ ଫେରାର ହୋଇ ଯାଇଥିଲେ। ସେମାନଙ୍କ ପାଖରୁ କିଛି ବନ୍ଧୁକ ଜବତ କରାଯିବା ସହ ଯାଞ୍ଚ ଆରମ୍ଭ ହୋଇଛି।

Leave A Reply

Your email address will not be published.