ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ

youtube

ଭୁବନେଶ୍ୱର :  ଓଡ଼ିଶା ଛୁଇଁଲା ମୌସୁମୀ । ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି ।

ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା । ୩୧ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, ପୁରୀ, କଟକ, ରାୟଗଡ଼ା ଓ କୋରାପୁଟ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC ।

Leave A Reply

Your email address will not be published.