ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

youtube

ଭୁବନେଶ୍ବର : ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନାଯୋଗ୍ୟ ବୁଧବାର ଓଡିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ବାୟୁ ଓଡିଶାରେ ପ୍ରବେଶ କରିଛି। ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଦକ୍ଷିଣ ଓଡିଶାରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ୧୯୯୯ ମେ’୨୮ରେ ଓ ୨୦୦୯ରେ ମେ’ ୨୫ରେ ମୌସୁମୀ ଓଡିଶା ଛୁଇଁଥିଲା।

Leave A Reply

Your email address will not be published.