ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ରେଗିଙ୍ଗ ଅଭିଯୋଗ

add-all

ଚତୁର୍ଥ ବର୍ଷ ଏମ୍ବ .ବି. ବି. ଏସ ଛାତ୍ରଙ୍କୁ ରେଗିଙ୍ଗ କଲେ ଦୁଇ ହାଉସସର୍ଜନ।

ଆକ୍ସନ ମୁଡରେ ଏମ. କେ. ସିଜି କର୍ତ୍ତୃପକ୍ଷ ଦୁଇ ଛାତ୍ରଙ୍କ ବିରୁଦ୍ଧରେ ହେଲା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ।

ବ୍ରହ୍ମପୁର : ରେଗିଙ୍ଗ ନେଇ ଆଣ୍ଟି ରେଗିଙ୍ଗ ସେଲରୁ ଅଭିଯୋଗ ଆସିବା ପରେ ମେଡିକାଲ କଲେଜ କର୍ତ୍ତୃପକ୍ଷ ଆଜି ଅପରାହ୍ନରେ ଏକ ଜରୁରୀ ବୈଠଜ ଡ଼ାକି ନେଇଛନ୍ତି ପଦକ୍ଷେପ।ଗତ ମେ ମାସ ୧୨ ତାରିଖରେ ଜଣେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ରେଗିଂ ହୋଇଥିବା ନେଇ ଅଭିଯୋଗ ହୋଇଥିଲା ।

ମେ ୧୩ ତାରିଖରେ ଏମକେସିଜି ମେଡିକାଲ ଅଧକ୍ଷ ତଥା ଡିନଙ୍କୁ ଦୁଇ ଜଣ ରେଗିଂ କରିଥିବା ନେଇ ଲିଖିତ ଅଭିଯୋଗ ଦେଇଥିଲେ ସମ୍ପୃକ୍ତ ଛାତ୍ର ।ଏଣ୍ଟି ରେଗିଂ କମିଟିରେ ଅଭିଯୋଗ ହେବା ପରେ ଆଜି ଏମକେସିଜି ମେଡିକାଲରେ ହୋଇଥିଲା ବୈଠକ ।ବୈଠକରେ କମିଟି ସଦସ୍ୟ ଯୋଗଦେଇ ତର୍ଜମା କରିବା ସହିତ ରେଗିଂ କରିଥିବା ଦୁଇ ହାଉସ ସର୍ଜନଙ୍କୁ ଆର୍ଥିକ ଦଣ୍ଡାଦେଶ ଦେଇଛନ୍ତି। ୨୫ ହଜାର ଟଙ୍କା ଲେଖାଏଁ ଜୋରିମାନା ଦେବାକୁ ଏଣ୍ଟି ରେଗିଂ‌ କମିଟିର ବୈଠକରେ ନିଷ୍ପତ୍ତି ହୋଇଥିବା ଅଧ୍ୟକ୍ଷା ପ୍ରଫେସର ଡାକ୍ତର ସୁଚିତ୍ରା ଦାସ ସୂଚନା ଦେଇଛନ୍ତି।

ad-week
Leave A Reply

Your email address will not be published.