ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର, ଜୁନ୍ ୭ ତାରିଖ ଆବେଦନର ଶେଷ ତାରିଖ

youtube

ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ବୋଲି ପୂର୍ବରୁ ନିର୍ଦ୍ଦେଶ ରହିଥିଲା ।

ପୂର୍ବରୁ ଆବେଦନର ଶେଷ ତାରିଖ ଥିଲା ଜୁନ୍ ୬ ତାରିଖ। ହେଲେ ଏହା ଏବେ ଗୋଟିଏ ଦିନ ବଢ଼ିଛି ଅର୍ଥାତ୍ ଜୁନ୍ ୭ ତାରିଖ ପର୍ଯ୍ୟନ୍ତ ଆବେଦନ କରିହେବ।  ଜୁନ୍ ୭ ତାରିଖ ଭିତରେ ପୋର୍ଟାଲ୍ ଜରିଆରେ ଆବେଦନ କରିବେ। ଜୁନ୍ ୯ରୁ ୧୬ ଭିତରେ ଭେରିଫିକେସନ ହେବ ।

ଜୁନ ୭ ତାରିଖ ମଧ୍ୟରେ ଆବେଦନ ଶେଷ ହେବା ପରେ ୯ରୁ ୧୬ ତାରିଖ ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀ, ଜିଲ୍ଲା ବ୍ଲକ ଶିକ୍ଷା ଅଧିକାରୀ ଦ୍ବାରା ଯାଞ୍ଚ କରାଯିବ । ଏହାପରେ ଜୁନ ୧୭ରୁ ୧୮ ମଧ୍ୟରେ ଅନ୍ତଃ ଜିଲ୍ଲା ବଦଳି ପାଇଁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପାଖକୁ ଆବେଦନ ପତ୍ର ପଠାଯିବ । ଏହାପରେ ୨୦ ଓ ୨୧ ତାରିଖରେ ମେଡିକାଲ ଯାଞ୍ଚ ହେବ ।  ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି ।

Leave A Reply

Your email address will not be published.