୬ ତାରିଖରେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହାପରେ ଆହୁରି୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି।
ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ନିଯୁକ୍ତି ଏକ ନିରନ୍ତର ପ୍ରକ୍ରିୟା। ଆମ ସରକାର ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଚେଷ୍ଟା କରୁଛି। ଖୁବଶୀଘ୍ର ଏହା ପୂରଣ ହେବ। ଏହା ସହ ଯାହା ଅସୁବିଧା ଅଛି ତାକୁ ତର୍ଜମା କରାଯାଇ ଉଚିତ ପଦକ୍ଷେପ ଗ୍ରହଣ କରାଯିବ।

ad-week
Leave A Reply

Your email address will not be published.