ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ଉଠାଇ ନେଲା ପୋଲିସ

youtube

ଭୁବନେଶ୍ୱର: ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକର ଅଟକ ରଖିଛି ରାୟଗଡା ପୋଲିସ । ରାୟଗଡା ରେଳ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ କାଶୀପୁର ବ୍ଲକର ସୁଙ୍ଗେର ହାଟପଦାଯାଉଥିବା ବେଳେ ପୋଲିସ ଉଠାଇ ନେଇଛି ।

ତେବେ ସିଜିମାଳି ଖଣି ଖନନକୁ ବିରୋଧ କରି ଆୟୋଜନ ହେବାକୁ ଥିଲା ସମାବେଶ, ମେଧା ପାଟେକରକୁ ନିର୍ଜନ ସ୍ଥାନରେ ରଖି କାର୍ଯ୍ୟକ୍ରମକୁ ନଯିବା ପାଇଁ ବୁଝାସୁଝା କରୁଛି ପୋଲିସ । ତେବେ ଖାଲି ମେଧା ନୁହଁ ବିଶ୍ୱ ପରିବେଶ ଦିବସ ଅବସରରେ “ମା ମାଟି ମାଳି ସୁରକ୍ଷା ମଞ୍ଚ” ନେତୃତ୍ୱରେ ସୁଙ୍ଗେରରେ ହେବାକୁ ଯାଉଥିବା ସଭାରେ ଯୋଗ ଦେବାକୁ ଯାଉଥିବା ବେଳେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ବିଭିନ୍ନ ନେତୃତ୍ବମାନଙ୍କୁ ରାୟଗଡ଼ା ଷ୍ଟେସନରେ ଅଟକ ରଖାଯାଇଛି ।

ମେଧା ପାଟେକର, ଯିଏ ନର୍ମଦା ବଚାଓ ଆନ୍ଦୋଳନର ନେତୃତ୍ୱ ନେଇ ଜାତୀୟ ସ୍ତରରେ ପରିଚିତ, ସେ ପରିବେଶ ସୁରକ୍ଷା ଏବଂ ସ୍ଥାନୀୟ ଜନଜାତିଙ୍କ ଅଧିକାର ପାଇଁ ନିରନ୍ତର ସଂଘର୍ଷ କରିଆସୁଛନ୍ତି । ତାଙ୍କର ଏହି ଅଟକ ଘଟଣା ସାମାଜିକ କାର୍ଯ୍ୟକର୍ତ୍ତା ଏବଂ ପରିବେଶବିତମାନଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି କରିଛି ।

Leave A Reply

Your email address will not be published.