
ଭୁବନେଶ୍ୱର : କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳି। ରଥଯାତ୍ରା ପାଇଁ କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରା ଦେଖିବାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ । ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି, ବୟୋବୃଦ୍ଧ ବ୍ୟକ୍ତି ଓ କୋମରବିଡ଼ିଟି ବା ଗୁରୁତର ରୋଗ ରହିଥିବା ଲୋକେ ରଥଯାତ୍ରାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ । ଯେଉଁମାନେ ଯାଉଛନ୍ତି ସେମାନେ ମାସ୍କ ପିନ୍ଧିବା ଓ ହାତ ଧୋଇବା, ସ୍ଵଛ ପିଇବା ପାଣି ପିଇବାକୁ ଗୁରୁତ୍ୱ । ରଥଯାତ୍ରା ପାଇଁ କୋଭିଡ ବେଳେ ପୁରୀରେ ଯେଉଁ ଆଇସିୟୁ ଥିଲା ତାକୁ କାର୍ଯ୍ୟକ୍ଷମ କରାଯାଉଛି । ସ୍ୱାସ୍ଥ୍ୟ ସଚିବ ନିଜେ ଯାଇ ତଦାରଖ କରିଛନ୍ତି। ପୁରୀ ହସ୍ପିଟାଲର ଶଯ୍ୟା ବୃଦ୍ଧି ସହ ଡାକ୍ତର ସଂଖ୍ୟା ବଢାଯାଇଛି। ସମସ୍ତ ଯନ୍ତ୍ରପାତି, ଆଇସିୟୁ ଠିକ ରଖିବା ସହ ଆମ୍ବୁଲାନ୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି ।