ହିଞ୍ଜିଳି ପିଏମଶ୍ରୀ ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟକୁ ମିଳିଛି ପ୍ରକୃତିମିତ୍ର ପୁରସ୍କାର

youtube

ହିଞ୍ଜିଳିକାଟୁ ୬!୬ ଭୁବନେଶ୍ଵର ସ୍ଥିତ ଓଡିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ (ଓୟୁଏଟି) ପରିସରରେ ଥିବା କୃଷି ଶିକ୍ଷା ସଦନ ଶିରିପୁର ଠାରେ ଗୁରୁବାର ରାଜ୍ୟ ସ୍ତରୀୟ ବିଶ୍ଵ ପରିବେଶ ଦିବସ ଓ ପ୍ରକୃତି ମିତ୍ର ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଛି । ଚଳିତ ବର୍ଷ ଜଙ୍ଗଲ ସୁରକ୍ଷା ବାର୍ତା ସମସ୍ତଙ୍କ ନିକଟରେ ପହଂଚାଇବା ପାଇଁ ଆହ୍ୱାନ କରାଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ସମ୍ମାନିତ ଅତିଥି ଭାବେ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗ ଦେଇଥିଲେ । ଏହି ଅବସରରେ ହିଞ୍ଜିଳିକାଟୁ ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା । ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷୟତ୍ରୀ ତଥା ରାୟଗଡ଼ା ଜିଲ୍ଲାର ଅତିରିକ୍ତ ଜିଲ୍ଳା ଶିକ୍ଷାଧିକାରୀ ଶାନ୍ତିଲତା ମୁନିଙ୍କ ସମୟରେ ନିଆଯାଇଥିବା ପଦକ୍ଷେପ ଯୋଗୁଁ ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ବୋଲି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଐଶ୍ୱୟ୍ରା ପଟ୍ଟନାୟକ କହିଛନ୍ତି। ଭୁବନେଶ୍ବର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ପୁରସ୍କାର ଗ୍ରହଣ କରିଥିବା ବିଦ୍ୟାଳୟ ର ବରିଷ୍ଠ ଶିକ୍ଷୟିତ୍ରୀ ଐଶ୍ୱୟ୍ରା ପଟ୍ଟନାୟକ ଯୋଗଦେଇ ମାନ୍ୟବର ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ ମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ ।

Leave A Reply

Your email address will not be published.