ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି

add-all

ଭୁବନେଶ୍ୱର: ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ତେବେ ଏହି ତାତିରୁ ରାଜ୍ୟବାସୀଙ୍କୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ପ୍ରଦାନ କରାଯାଇଛି।

ଏହା ସହିତ ଆସନ୍ତା କାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି।

ଅନ୍ୟପଟେ ଆଗାମୀ ୨-୩ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ଝଡ ବର୍ଷା ହେବାର ସମ୍ଭାବନା ରହିଛି । ୩୦-୪୦ କିଲୋମିଟର ବେଗରେ ପବନ ବହିବ ଏଥିସହ କିଛି ଜିଲ୍ଲାକୁ ୟଲୋ ଓ୍ବାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସେଗୁଡିକ ହେଲା ବଲାଙ୍ଗୀର, ବରଗଡ, ନୂଆପଡା, ନବରଙ୍ଗପୁର ।

ad-week
Leave A Reply

Your email address will not be published.