
ନବରଙ୍ଗପୁର ତା୦୯.୦୬.୨୦୨୫: ଆଜି ଡ଼ାବୁ ଗାଁ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର,ତହସିଲଦାର ଗୀତା ମୁର୍ମୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ ଜଣ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ହୁଇଲ ଚେୟାର ଏବଂ ୪ ଜଣଙ୍କୁ ବୈଶାଖୀ ସହାୟତା ପ୍ରଦାନ କରାଯାଇଥିଲା।