ପୁଣି ଆନ୍ଦୋଳନ ଡାକରା ;ଦାବି ନ ଶୁଣିଲେ ଜୁଲାଇ ୮ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ଼

add-all

ଭୁବନେଶ୍ବର: ପୁଣି ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚେତାବନୀ । ୬ ଦଫା ଦାବି ନେଇ ଆନ୍ଦୋଳନ ଡାକରା ଦେଲା ଡ୍ରାଇଭର ଏକତା ମଞ୍ଚ । ଦାବି ନ ଶୁଣିଲେ ଜୁଲାଇ ୮ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରିବ ଡ୍ରାଇଭର ଏକତା ମଞ୍ଚ ।

ଜୁଲାଇ ୮ରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତି ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରିବ ଡ୍ରାଇଭର ମହାସଂଘ। ତେବେ ୬ ଦଫା ଦାବି ଗୁଡ଼ିକ ହେଲା, ଓଡିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଏବଂ ୱାର୍କର୍ ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରକୁ ସାମିଲ। ଜନ ସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ ତିଆରି କରାଯାଉ। ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ ବର୍ଷ ବୟସ ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ କରାଯାଉ ।ପ୍ରତି ୧୦୦ କିଲୋମିଟର ଅନ୍ତରାଳରେ ଗାଡ଼ି ପାକିଂ ଏବଂ ଡ୍ରାଇଭରମାନଙ୍କ ବିଶ୍ରାମ ନେବାପାଇଁ ବିଶ୍ରାମଗାର ଏବଂ ଶୌଚାଳୟ ବ୍ୟବସ୍ଥା। ଓଡ଼ିଶାରେ ଥିବା ପ୍ରତ୍ୟକ ଖଣି ଖାଦାନ ଏବଂ କାରଖାନା ଗୁଡ଼ିକରେ ଶତକଡ଼ା ୭୦% ଓଡ଼ିଶାର ଡ୍ରାଇଭରଙ୍କୁ କାମ ଦେବା।

ad-week
Leave A Reply

Your email address will not be published.