ହାତୀବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

youtube

ପୁରୀ :  ଶ୍ରୀକ୍ଷେତ୍ର ଆଜି ଚଳଚଞ୍ଚଳ ହୋଇ ଉଠିଛି ।   ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି ।  ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି । ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ ଦେଉଛନ୍ତି ।

ଏହି ଅପୂର୍ବ ବେଶକୁ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିବେ । ଏହି ସମୟ ପାଖେଇ ଆସୁଥିବାରୁ ଭକ୍ତମାନଙ୍କ ମନରେ ଉତ୍କଣ୍ଠା ଭରି ଉଠୁଛି ।  ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖାଯାଇଥିବା ବେଳେ ବଡ଼ଦାଣ୍ଡ ଆଧ୍ୟାତ୍ମିକ ପରିବେଶରେ ଉଛୁଳି ପଡୁଛି ।

କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସପି ଏବଂ ବରିଷ୍ଠ ପୁଲିସ ଅଧିକାରୀମାନେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ପୁରୀ ବଡ଼ଦାଣ୍ଡ ଓ ସମ୍ପୂର୍ଣ୍ଣ ସହର ସିସିଟିଭି ନଜରରେ ରଖାଯାଇଛି ।  ତାତି ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ପରିମାଣର ପାଣି ବ୍ୟବସ୍ଥା ହୋଇଛି ।

Leave A Reply

Your email address will not be published.