ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା

add-all

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଆକାଶ କଳା ଧୂଆଁମୟ ହୋଇଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ ଭରିଥିଲା ବିମାନ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସମସ୍ତ ସଡ଼କ ପଥ ସିଲ୍‌ କରାଯାଇଛି। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିବା ସୂଚନା ମିଳିଛି।

ad-week
Leave A Reply

Your email address will not be published.