
ହିଞ୍ଜିଳିକାଟୁ : ୫୯ ନ° ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସମରଝୋଳ ଛକ ନିକଟରେ ଶନିବାର ସକାଳେ ଟାଟା ଏସିଇ (ଓଡି୦୭ୟୁ ୯୬୯୯) ସହ ପିକଅପ୍ ଭ୍ୟାନ୍ (ଓଡି୦୭ଏଓ୍ବାଇ ୩୬୯୮) ମୁହାଁମୁହିଁ ଧକ୍କା ଘଟିଛି। ଦୂର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ମାନେ ହେଲେ ହିଞ୍ଜିଳି ଥାନା ଗୋଦରାପଲ୍ଲୀ ଗ୍ରାମର ଏନ୍. ଲିଙ୍ଗରାଜ (୨୯), ବ୍ରହ୍ମପୁର ସଦର ଥାନା କୁକୁଡାଖଣ୍ଡି ଗ୍ରାମର ଜି. ଶଙ୍କର (୨୫) ଓ ମାସ୍ ନାୟକ (୨୬) । ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରିଛି। ଦୂର୍ଘଟଣାଗ୍ରସ୍ତ ଉଭୟ ଗାଡିକୁ ଜବତ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି। ଖବର ଲେଖା ହେବା ସୁଦ୍ଧା ଘଟଣା ନେଇ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନଥିବା ଆଇଆଇସି ଶ୍ରୀନିବାସ ସେଠି କହିଛନ୍ତି।
ପ୍ରକାଶ ଯେ, ଶନିବାର ସକାଳେ ଏକ ଚାଉଳ ବୋଝେଇ ପିକଅପ୍ ଭ୍ୟାନ୍ ହିଞ୍ଜିଳିକାଟୁ ଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ବିପରୀତ ଦିଗରୁ ଆସୁଥିବା ଏକ ଟାଟା ଏସିଇ ସହ ସମରଝୋଳ ଛକ ନିକଟ ଜାତୀୟ ରାଜପଥ ଉପରେ ମୁହାଁମୁହିଁ ଧକ୍କା ଘଟିଥିଲା। ଦୁର୍ଘଟଣାରେ ଟାଟା ଏସିଇ ଗାଡ଼ିରେ ଯାତ୍ରା କରୁଥିବା ୩ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲ ପଠାଇବା ସହ ଜାତୀୟ ରାଜପଥ ଉପରୁ ଦୂର୍ଘଟଣାଗ୍ରସ୍ତ ଉଭୟ ଗାଡିକୁ ହଟାଇଥିଲା। ଉଭୟ ଗାଡିକୁ ପୁଲିସ ଜବତ କରି ଘଟଣାର ତଦନ୍ତ ଚଳାଇଛି।