ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

add-all

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାହୁଲ ଗାନ୍ଧୀ ଗୁରୁବାର ୫୫ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ସାରା ଦେଶର କଂଗ୍ରେସ ନେତା ଓ କର୍ମୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ଵ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ଲେଖିଛନ୍ତି, ‘‘ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ଭଗବାନ ତାଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ।’’ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମଧ୍ୟ ରାହୁଲଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି।

ad-week
Leave A Reply

Your email address will not be published.