ଉମରକୋଟ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ…

youtube

ନବରଙ୍ଗପୁର /ଉମରକୋଟ: ତା୨୩.୬.୨୦୨୫:ଆଜି ଉମରକୋଟ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ବି ଡି ଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


ଏହି ଜନ ଶୁଣାଣି ଶିବିରରେ ମୋଟ ୪୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ୨୨ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ୍ ଚେୟାର ଏବଂ ୨ ଜଣ ଙ୍କୁ ବୈଶାଖୀ ପ୍ରଦାନ କରାଯାଇଥିଲା।

Leave A Reply

Your email address will not be published.