ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ୨ ଅଟକ

add-all

ପୁରୀ : ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌। ଗୁରୁବାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଉପରେ ଏକ ଡ୍ରୋନ୍‌ ଉଡ଼ୁଥିବା ଦେଖିବାକୁ ମିଳିଥିଲା। ଅନଧିକାର ଭାବେ ଉଡୁଥିବା ଏହି ଡ୍ରୋନକୁ ପୁଲିସ ଖସାଇ ଏହାକୁ ଜବତ କରିଛି। ଏଥିସହ ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି ପୁଲିସ।
ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଣ ବାରଣ ନେଇ କଡ଼ା ନିର୍ଦେଶନାମା ସତ୍ବେ ଏହା ପୂର୍ବରୁ ଏକାଧିକ ବାର ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡ଼ିବା ଘଟଣା ସାମ୍ନାକୁ ଆସିଛି ଏବଂ ଘଟଣାରେ ଅଭିଯୁକ୍ତମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି।

ad-week
Leave A Reply

Your email address will not be published.