ଆସୁଛି ୨ଟି ଲଘୁଚାପ! ସପ୍ତାହେ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା

add-all

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେଲା ବର୍ଷା ଜାରି ରହିଛି। ଏହା ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଲାଗି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଜୁଲାଇ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି, ଆସନ୍ତାକାଲି ଉତ୍ତର-ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ୩୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ ଆହୁରି ମଧ୍ୟ କୁହାଯାଇଛି ଯେ, ୨ଟି ଲଘୁଚାପ ଆସୁଛି। ଏ ନେଇ ରାଜ୍ୟରେ ବର୍ଷା ଲାଗିରହିବ। ଅଧିକ ବର୍ଷା ନେଇ ବହୁ ଜିଲାକୁ ଅରେଞ୍ଜ, ଏବଂ ୟେଲୋ ୱାର୍ନିଂ ଜାରି କରାଯାଇଛି।

ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଛି। ଆଜି ମଧ୍ୟ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗ ପକ୍ଷରୁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜକୁ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତ ଓ ଝଟ୍‌କା ପବନ ନେଇ ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ପ୍ରଶାସନ ସତର୍କ ରହିଛି। ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକମାନଙ୍କୁ ସଚେତନ କରାଯାଉଛି। ସେହିପରି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ad-week
Leave A Reply

Your email address will not be published.