ରାଇଘରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

youtube

ଉମରକୋଟ/ରାଇଘର: ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଛତାବେଡ଼ା ଇନ୍ଦ୍ରନଗର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ସରଗୁଲି ଡିଏନକେ ଗ୍ରାମର ଖଗେନ ସର୍ଦାରଙ୍କ ପୁଅ ବିଶ୍ୱ ସର୍ଦାର (୩୫) ଏବଂ ଅଶୋକ ବାରୋଇଙ୍କ ପୁଅ ମହାଦେବ ବାରୋଇ (୨୩) ଏକ ଲାଲ୍ ରଙ୍ଗର ସ୍କୁଟି ଯୋଗେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ବିଶ୍ୱ ସର୍ଦାରଙ୍କ ମୃତ୍ୟୁ ଘଟିଥିଲା।

ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ମହାଦେବଙ୍କୁ ଉଦ୍ଧାର କରି ପ୍ରଥମେ ରାଇଘର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଉମରକୋଟ ଜୋନାଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।

ଖବର ପାଇ ରାଇଘର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି।

Leave A Reply

Your email address will not be published.