ଅତିରିକ୍ତ ଡିଜିପି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ବ

add-all

କଟକ: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ଦୁର୍ଘଟଣା ପରେ ରାଜ୍ୟ ସରକାର ଏକ ବଡ଼ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରିଛନ୍ତି। ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ADG ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଚଳିତ ବର୍ଷ ରଥଯାତ୍ରାର ସୁରକ୍ଷା ଓ ପରିଚାଳନାର ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି। ଏଥିସହ ପୁରୀ ଏସ୍‌ପି ବିନୀତ ଅଗ୍ରୱାଲଙ୍କୁ ବଦଳି କରାଯାଇ ତାଙ୍କ ସ୍ଥାନରେ ପିନାକ ମିଶ୍ରଙ୍କୁ ନୂଆ ଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଏକ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି ହୋଇଛି।

ସୂଚନାଯୋଗ୍ୟ ଯେ, ରବିବାର ଭୋର ସମୟରେ ପୁରୀ ଶରଧାବାଲିରେ ଶ୍ରଦ୍ଧାଳୁମାନଙ୍କ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଦୁର୍ଘଟଣାରେ ତିନି ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଥିଲା। ମୃତକମାନେ ହେଲେ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ର ବାସନ୍ତୀ ସାହୁ, ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣାର ପ୍ରଭାତୀ ଦାସ।

ରଥଯାତ୍ରାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଭିଡ଼ ନିୟନ୍ତ୍ରଣ ଏବଂ ସାମଗ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ପ୍ରଶାସନ ପକ୍ଷରୁ ଏହି ତତ୍କାଳ ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।

ad-week
Leave A Reply

Your email address will not be published.