ତେନ୍ତୁଳିଖଣ୍ଟି ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର

add-all

ନବରଙ୍ଗପୁର : ଆଜି ତେନ୍ତୁଳିଖୁଣ୍ଟି ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ , ବି ଡି ଓ ମନୋଜ କୁମାର ପାଣିଗ୍ରାହୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୩୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ୨ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ୍ ଚେୟାର ପ୍ରଦାନ କରାଯାଇଥିଲା। ଜନ ଶୁଣାଣୀ ପରେ ଜିଲ୍ଲାପାଳ ତେନ୍ତୁଳିଖୁଣ୍ଟିସ୍ଥିତ ବାପୁଜୀ ଉଚ୍ଚ ବିଦ୍ୟାଳୟ ର ଛାତ୍ର ଛାତ୍ରୀଙ୍କ ପାଠ ପଢ଼ାଇବା ସହ ବାର୍ତ୍ତାଳାପ କରିଥିଲେ।ଏହାପରେ ଗୋଷ୍ଟୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ପରିଦର୍ଶନ କରି ରୋଗୀ ମାନଙ୍କୁ ସମସ୍ତ ସୁବିଧା,ଅସୁବିଧା ,ସେବା ,ଔଷଧ ଉପରେ ସବିଶେଷ ପଚାରିଥିଲେ। ହିର୍ମିମୁଣ୍ଡା ସ୍ଥିତ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ।

ad-week
Leave A Reply

Your email address will not be published.